ଦେଶ ବିଦେଶ ରାଜନୀତି ସ୍ୱାସ୍ଥ୍ୟ

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ, କିଛି ଦିନ ପୂର୍ବେ କରୋନାରେ ହୋଇଥିଲେ ସଂକ୍ରମିତ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି । କିଛି ଦିନ ପୂର୍ବେ କରୋନାରେ ସଂକ୍ରମିତ ହୋଇଥିଲେ ସୋନିଆ । ସୂଚନା ଅନୁସାରେ, ରବିବାର ସକାଳେ ତାଙ୍କୁ ଗଙ୍ଗା ରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କଂଗ୍ରେସ ନେତା ରଣଦୀପ ସୁର୍ଜେୱାଲା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ସୁର୍ଜେୱାଲା କହିଛନ୍ତି, ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ଡାକ୍ତରୀ ଟିମଙ୍କ ନିରୀକ୍ଷଣରେ ତାଙ୍କୁ ହସ୍ପିଟାଲରେ ରଖାଯିବ।

ଉଲ୍ଲେଖଯୋଗ୍ୟ ଯେ, ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଉଭୟ କରୋନାରେ ସଂକ୍ରମିତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଅଡୁଆ ବଢିବାରେ ଲାଗିଛି। ନ୍ୟାସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦୁଇ ଥର ସୋନିଆ ଗାନ୍ଧୀଙ୍କ ସମନ ଜାରି କରିଛି। ଏବେ ଜୁନ ୨୩ରେ ଜେରା ପାଇଁ ଡକାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ଜୁନ ଆଠରେ ସୋନିଆ ଗାନ୍ଧୀଙ୍କୁ ପଚରାଉଚରା ଉପରେ ଡକାଯାଇଥିଲା, କିନ୍ତୁ କରୋନା ସଂକ୍ରମିତ ଥିବା କାରଣରୁ ତାଙ୍କୁ ତିନି ସପ୍ତାହର ସମୟ ଦିଆଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ସମନ ଜାରି କରାଯାଇଛି । ଜୁନ ୧୩ର କେନ୍ଦ୍ରୀୟ ଏଜେନ୍ସି ଆଗରେ ହାଜର ହେବାକୁ କୁହାଯାଇଛି। ତେବେ ଏହି ମାମଲାରେ କଂଗ୍ରେସକ ନେତା ବିଜେପି ଉପରେ କେନ୍ଦ୍ରୀୟ ଏଜେନ୍ସିର ଦୁରୁପଯୋଗ କରୁଥିବା ଅଭିଯୋଗ ଆଣିଛନ୍ତି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର