ଅପରାଧ ରାଜ୍ୟ

ଚାଷ ଜମିରୁ ମିଳିଲା ମା-ପୁଅଙ୍କ ମୃତଦେହ, ହତ୍ୟା ନା ଆଉ କ’ଣ ?

ଆନନ୍ଦପୁର ୧୪।୦୬: ଚାଷ ଜମିରୁ ମା-ପୁଅଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ଉପଖଣ୍ଡ ନନ୍ଦିପଦା ଥାନା ଜାବିନପୁର ଗାଁରୁ ଠାବ ହୋଇଛି ମୃତଦେହ । ମୃତ ପୁଅଙ୍କ ନାମ ସନ୍ତା ଦାସ ଓ ମା ଜେମା ଦାସ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ନନ୍ଦିପଦା ଥାନା ଜାବିନପୁର ଗାଁରେ ଏକ ବିଲରେ ମା-ପୁଅଙ୍କ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ମୃତକ ନନ୍ଦିପଦା ଥାନା ଶାଳନିଆଁ ପଞ୍ଚାୟତ ମନହରପୁର ଗାଁରେ ରୁହନ୍ତି । ପୁଅ ସନ୍ତା ଦାସ ଓ ମା ଜେମା ଦାସ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ଅନେକ ଦିନ ଧରି ଏହି ଅଞ୍ଚଳରେ ଭିକ ମାଗି ଗୁଜୁରାଣ ମେଣ୍ଟାଉଥିଲେ। ତେବେ କିଭଳି ଓ କାହିଁକି ଉଭୟ ମୃତ୍ୟୁ ହେଲା, ତାର କାରଣ ଅସ୍ପଷ୍ଟ ଥିବା ବେଳେ ତଦନ୍ତ ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।