ଅପରାଧ ଦେଶ ବିଦେଶ

ଆମେରିକାରେ ପୁଣି ଗର୍ଜିଲା ବନ୍ଧୁକ, ମ୍ୟୁଜିକ କନସର୍ଟ ବାହାରେ ଆଖିବୁଜା ଗୁଳିମାଡ

ନୂଆଦିଲ୍ଲୀ ୨୦/୦୬: ଆମେରିକାରେ ଥମୁନି ଗୁଳିକାଣ୍ଡ । ସୋମବାର ଓ୍ୱାଶିଂଟନର ଏକ ମୁଖ୍ୟ ରାସ୍ତା ମଝିରେ ଦୁର୍ବୃତ୍ତମାନେ ଆଖିବୁଜା ଗୁଳିମାଡ କରିଛନ୍ତି । ଏଥିରେ ଅନେକ ମୃତଦାହ ହୋଇଥିବା ଖବର ମିଳିଛି । ଆହତଙ୍କ ମଧ୍ୟରେ ଜଣେ ପୋଲିସ କର୍ମୀ ମଧ୍ୟ ଥିବା ସୂଚନା ମିଳିଛି । ତେବେ ଯେଉଁ ସ୍ଥାନରେ ଗୁଳିକାଣ୍ଡ ହୋଇଛି ସେଠାରୁ ଅଳ୍ପଦୂରରେ ଏକ ମ୍ୟୁଜିକ କନସର୍ଟ ହେଉଥିଲା ।

ତେବେ ଗୁଳିକାଣ୍ଡରେ କେତେ ଜଣ ମୃତାହତ ହୋଇଛନ୍ତି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଗୁଳିକାଣ୍ଡର କାରଣ ମଧ୍ୟ ଅସ୍ପଷ୍ଟ ଥିବା ଜଣାପଡିଛି ।

ସୂଚନାଯୋଗ୍ୟ, ଆମେରିକାରେ ଲଗାତର ଭାବେ ଗୁଳିମାଡ ଘଟଣା ବଢିବାରେ ଲାଗିଛି । କିଛିଦିନ ତଳେ ଉତ୍ତର ମେରୀଲ୍ୟାଣ୍ଡରେ ଜଣେ ବନ୍ଧୁକଧାରୀ ଏକ କାରଖାନାରେ ଆଖିବୁଜା ଗୁଳିମାଡ କରିଥିଲା । ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲେ । ଏହାସହ ଜଣେ ଗୁରୁତର ହୋଇଥିଲେ ।

ସେହିପରି ଗତ ମାସରେ ଏକ ସ୍କୁଲରେ ଗୁଳିକାଣ୍ଡ ହେବା ଫଳରେ ୨୧ ଜଣ ପ୍ରାଣ ହରାଇଥିଲେ । ସେହିପରି ଏକ ହସ୍ପିଟାଲରେ ଗୁଳିକାଣ୍ଡ ହୋଇଥିଲା । ଯେଉଁଥିରେ ଏକାଧିକ ମୃତାହତ ହୋଇଥିଲେ । ଆହୁରି ମଧ୍ୟ ଏକ ସପିଂ ମଲ୍ ଓ ଶ୍ମଶାନରେ ଗୁଳିକାଣ୍ଡର ଖବର ଆସିଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ