ଅପରାଧ ରାଜ୍ୟ

ବସ୍ତିରେ ବିଭତ୍ସ ହତ୍ୟା, ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ମାର୍ଶାଘାଇ ୨୩।୦୬: ବସ୍ତିରେ ବିଭତ୍ସ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ତେଣ୍ଡାକୁଡ଼ା ଗାଁରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମୃତକଙ୍କ ନାମ ପ୍ୟାରୁନ୍‌ ବିବି ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ୱାମୀଙ୍କୁ ଅଟକ ରଖିଛି ।

ଖବର ଅନୁଯାୟୀ, ପାଟକୁରା ଥାନା ତେଣ୍ଡାକୁଡ଼ା ଗାଁର ସୟଦ ମାନାନା ଅଲ୍ଲୀ ବୁଧବାର ବିଳମ୍ଵିତ ରାତିରେ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ପ୍ୟାରୁନ ବିବିଙ୍କୁ ହତ୍ୟା କରିଛନ୍ତି। ସ୍ଥାନୀୟ ଲୋକମାନେ ଏହା ଦେଖି ଅଭିଯୁକ୍ତ ସୟଦ ମାନାନାକୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଖଵର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଗିରଫ କରିଛି। ତେବେ ସୟଦ ଜଣେ ମାନସିକ ବିକୃତ ହୋଇଥିବା ଯୋଗୁଁ ଏଭଳି କାଣ୍ଡ ଘଟାଇଥିବା ପୋଲିସ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।