ଅପରାଧ ରାଜ୍ୟ

ମଦ କାଉଣ୍ଟର ପଛ ପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପଟ୍ଟାମୁଣ୍ଡାଇ ୨୫।୬: ମଦ କାଉଣ୍ଟର ପଛ ପଟୁ ଯୁବକଙ୍କ ମୃତଦେହ ଠାବ ହୋଇଛି । କେନ୍ଦ୍ରାପଡା ଜିଲ୍ଲା ରାଜନଗର ଅଞ୍ଚଳରେ ପଡିଛି ଯୁବକଙ୍କ ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ସ୍ଥିତ ଏକ ମଦ କାଉଣ୍ଟର ପଛ ପଟେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଇଲା । ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଣ୍ଟାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସ୍ଥାନୀୟ ମେଡିକାଲକୁ ପଠାଇଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛ । ତଦନ୍ତ ପରେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଛି ସେ ନେି ସ୍ପଷ୍ଟ ହେବ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।