ଅପରାଧ ରାଜ୍ୟ

ବେଳାଭୂମିରେ ପଡିଛି ମୁଣ୍ଡବିହୀନ ଶବ, ପରିଚୟ ଖୋଜୁଛି ପୋଲିସ

ଜଳେଶ୍ୱର ୨୮।୦୬: ସମୂଦ୍ର ବେଳାଭୂମିରୁ ଜଣେ ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ବାଲିବିଲ ଗାଁ ନିକଟସ୍ଥ ସମୁଦ୍ର ବେଳାଭୂମିରେ ଏପରି ଘଟଣା ଦେଖିବାକୁ ମିଳିଛି ।

ଖବର ଅନୁଯାୟୀ, ଜଣେ ଯୁବକଙ୍କ ମୁଣ୍ଡ ବିହୀନ ମୃତ ଶରୀର ପଡିଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ମୃତଦେହ ଦେଖି ସଙ୍ଗେ ସଙ୍ଗେ ବାଲିଆପାଳ ଥାନାକୁ ଖବର ଦେଇଥିଲେ । ବାଲିଆପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ମୁଣ୍ଡ ନଥିବାରୁ ମୃତ ବ୍ୟକ୍ତି କିଏ ତାହା ଜଣାପଡିନି । ଯୁବକଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ତଦନ୍ତ ପରେ ଯୁବକ ଜଣଙ୍କ କିଏ । କେମିତି ତାଙ୍କ ମୃତ୍ୟୁ ଘଟିଲା ତାର ଗୁମର ଫିଟିବ ବୋଲି ପୋଲିସ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।