ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ପାସ୍‌ ହାର ୯୦.୫୫ ପ୍ରତିଶତ

କଟକ ୦୬।୦୭ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍‌ ରେଜଲ୍ଟ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ବାକି ୮୬୯୯ ଛାତ୍ରାଛାତ୍ରୀ ଫେଲ୍‌ ହୋଇଛନ୍ତି । କଟକ ସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ପାସ୍‌ ହାର ୯୦.୫୫ ପ୍ରତିଶତ ରହିଛି । ଛାତ୍ରଙ୍କ ପାସ୍‌ ହାର ୮୮.୭୭ ପ୍ରତିଶତ ରହିଥିବା ବେଳେ ଛାତ୍ରୀଙ୍କ ପାସ୍‌ ହାର ୯୨.୩୭ ପ୍ରତିଶତ ରହିଛି । ତେବେ ୧୧୭୦ ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି । ସେହିଭଳି ତିନୋଟି ସ୍କୁଲରେ ପରୀକ୍ଷା ଫଳ ଶୂନ ରହିଛି । ରେଜଲ୍ଟ ଶୂନ ହୋଇଥିବା ସ୍କୁଲ ମଧ୍ୟରେ ମାଲକାନଗିରିର ୨ଟି ଏବଂ ଅନୁଗୁଳର ଗୋଟିଏ ସ୍କୁଲ ରହିଛି ।

ତେବେ ଚଳିତ ବର୍ଷ ଏ-୧ ଗ୍ରେଡ୍‌ରେ ୮୧୧୯ ଛାତ୍ରଛାତ୍ରୀ, ଏ-୨ଗ୍ରେଡ୍‌ରେ ୫୪ ହଜାର ୮୮୯ ଛାତ୍ରଛାତ୍ରୀ, ବି-୧ ଗ୍ରେଡ୍‌ରେ ୧ ଲକ୍ଷ ୨୦ ହଜାର ୩୧୨ ଛାତ୍ରଛାତ୍ରୀ, ବି-୨ ଗ୍ରେଡ୍‌ରେ ୧ଲକ୍ଷ ୪୨ ହଜାର ୫୯୯ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ।

ସେପଟେ ଦିନ ୨ଟାରେ ପରୀକ୍ଷାଫଳ ବୋର୍ଡ ୱେବ୍ ସାଇଟ୍ www.bseodisha.ac.in ଓ www.bseodisha.nic.inରେ ଉପଲବ୍ଧ ହେବ । ଇଣ୍ଟରନେଟ୍ ସଂଯୋଗ ନ ଥିବା ଅଞ୍ଚଳରେ ଏସ୍‌ଏମ୍ଏସ୍ ଜରିଆରେ ଫଳାଫଳ ଜାଣିହେବ । ପରୀକ୍ଷାର୍ଥୀମାନେ OR10 ଲେଖି 5676750 ନମ୍ବରକୁ ମେସେଜ୍ କଲେ ପରୀକ୍ଷାଫଳ ଜାଣିପାରିବେ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି