ଅପରାଧ ଦେଶ ବିଦେଶ ରାଜ୍ୟ

କଫ୍ ସିରପ୍ ବୋତଲ ଜବତ, ୩ ଅଭିଯୁକ୍ତ ଗିରଫ

ସୁବର୍ଣ୍ଣପୁର ୬।୭: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ଥାନା ପକ୍ଷରୁ ସୋନପୁର ସହର ପଟାଭାଡି ନିକଟରୁ କଫ୍ ସିରପ୍ ବୋତଲ ଜବତ ହୋଇଛି । ତିନି ଜଣ ଯୁବକ ଏକ ସ୍କୁଟି ଯୋଗେ ସୋନପୁର ସହରରୁ ଆଣୁଥିବା ବେଳେ ସୋନପୁର ପୋଲିସ ମାଡିବସିଥିଲା । ଶହେଟି କଫ୍ ସିରପ୍ ବୋତଲ ଜବତ କରିବା ସହ ୩ ଜଣ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି ।

ତିନି ଜଣ ହେଲେ ଉତ୍ତମ ବେହେରା, ଭଗବାନ ସାହୁ ଏବଂ ମାନସ ପାଢୀ । ସମସ୍ତଙ୍କ ଘର ସୋନପୁର ସହରର ବୋଲି ଜଣାପଡିଛି । ଏହି କଫ୍ ସିରପ୍ ସବୁ ନିଶା କାରବାରରେ ବ୍ୟବହାର ହେଉଥିବା ଜଣାପଡିଛି । ଏହି ଘଟଣାରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ