ଅପରାଧ ରାଜ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ରଡ୍‌ରେ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ସୋର ୧୧।୭: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ରଡ୍‌ରେ ଆକ୍ରମଣ । ରଡ଼ରେ ଯୁବକଙ୍କ ଆଖିକୁ ଭୁସି ଦେଲେ ଆକ୍ରମଣକାରୀ । ଆକ୍ରମଣରେ ଗୁରୁତର ଯୁବକଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ୍ ବର୍ତ୍ତନା ପଞ୍ଚାୟତ ଆନ୍ଦୋଳା ଗ୍ରାମରେ ଭରତ ବେହେରାଙ୍କୁ କିଛି ଯୁବକ ଆମ୍ବ ହୋତା କେନାଲ ନିକଟରେ ଅଟକାଇ ରଡରେ ଆକ୍ରମଣ କରିଥିଲେ । ଆକ୍ରମଣରେ ଭରତଙ୍କର ଆଖିକୁ ରଡରେ ଭୁସିଦେବା ସହିତ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣର କାରଣ ଜଣାପଡିନଥିବା ବେଳେ ଖଇରା ପୋଲିସ ଜଣକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି । ଆକ୍ରମଣରେ ଗୁରୁତର ଭରତଙ୍କୁ ପ୍ରଥମେ ଖଇରା ଓ ପରେ ଭଦ୍ରକ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।