ଅପରାଧ ରାଜ୍ୟ

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର, ୩ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ ୧୨।୭: ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ସହ ଗୁହାଳ ଘର । ୩ ଗୋରୁ ଜୀବନ୍ତ ଦଗ୍ଧ ହୋଇଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁର ଗ୍ରାମର ଉଦୟନାଥ ଖଟୁଆଙ୍କ ଗୁହାଳ ଘର ସମେତ ୪ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଘରେ ସମସ୍ତେ ଶୋଇଥିବା ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ଏଭଳି ଅଗ୍ନିକାଣ୍ଡ ହୋଇଥିଲା । ଘର ଲୋକ ଜୀବନ ବିକଳରେ ନିଜ ଜୀବନ ବଞ୍ଚାଇବା ପାଇଁ ଘରୁ ବାହାରକୁ ଦୌଡି ପଳାଇଆସିଥିଲେ । କୌଣସି ଜିନିଷ ପତ୍ର ଘରୁ କାଢ଼ିବା ମୁସ୍କିଲ ହୋଇଯାଇଥିଲା । ଘରେ ଥିବା ଧାନ, ଚାଉଳ, ଆସବାବପତ୍ର ସମ୍ପୂର୍ଣ୍ଣ ଜଳିପୋଡି ଛାରଖାର ହୋଇଯାଇଛି । ଏପରିକି ଗୁହାଳ ଘର ମଧ୍ୟରେ ଥିବା ଗୋରୁ ଗୁଡିକ କାଢ଼ିବା ସମ୍ଭବ ପର ହୋଇନଥିଲା । ଅଗ୍ନିକାଣ୍ଡରେ ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଗୋଟିଏ ପରିବାର ସମ୍ପୂର୍ଣ୍ଣ ସର୍ବସ୍ବାନ୍ତ ହୋଇପଡିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।