ଅପରାଧ ରାଜ୍ୟ

ପେଟ୍ରୋଲ୍ ପମ୍ପରୁ ଲୁଟ୍, ଭଙ୍ଗାରୁଜା ସହ କର୍ମଚାରୀଙ୍କୁ ମାଡ଼ ମାରି ଲୁଟିନେଲେ ଟଙ୍କା

ସୋର ୧୪।୦୭ : ପେଟ୍ରୋଲ୍ ପମ୍ପରୁ ଲୁଟ୍। ଭଙ୍ଗାରୁଜା କରିବା ସହ କର୍ମଚାରୀଙ୍କୁ ମାଡ଼ ମାରି ଟଙ୍କା ଲୁଟିନେଲେ ଲୁଟେରା। ବାଲେଶ୍ୱର ଜିଲ୍ଲା ସୋର-୧୬ ନମ୍ବର ଜାତୀୟ ରାଜପଥ ପାଇକାଳି ନିକଟ ରିଲାଏନ୍ସ ପେଟ୍ରୋଲ ପମ୍ପରୁ ଏହି ଲୁଟ୍ ହୋଇଛି । ଲୁଟ୍ ସମୟର ପୁରା ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି।

ଖବର ଅନୁଯାୟୀ, ତେଲ ପକାଇବାକୁ ଆସି ୩ ଜଣ ଯୁବକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଅଫିସରେ ଲାଗିଥିବା କାଚ ଭାଙ୍ଗି ୩୦ ହଜାରରୁ ଅଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ୩ ଯୁବକଙ୍କ ଆକ୍ରମଣରେ ପୋଟ୍ରୋଲ ପମ୍ପର ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି । ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି l ପେଟ୍ରୋଲ ପମ୍ପରେ ୩ ଜଣ ଯୁବକ ତେଲ ପକାଇ ସାରିବା ପରେ ଟଙ୍କା ଚେଞ୍ଜ କରିବାକୁ ନେଇ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସହ ପ୍ରଥମେ ବଚସା କରିଥିଲେ। ପରେ ଯୁବକମାନେ କର୍ମଚାରୀଙ୍କୁ ମାଡ଼ ମାରିବା ସହ ଅଫିସ କାଚ ଭାଙ୍ଗି ଟଙ୍କା ନେଇ ଫେରାର ହୋଇଯାଇଥିଲେ। ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭି କ୍ୟାମେରାରେ ଲୁଟ୍ ବେଳର ପୂରା ଦୃଶ୍ୟ କଏଦ ହୋଇଛି l ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।