ଅପରାଧ ରାଜ୍ୟ

ରୁଚି ଫ୍ୟାକ୍ଟ୍ରିରେ ବଡ ଧରଣର ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ ୧୬/୦୭: କଟକ ଖପୁରିଆରେ ବଡ ଧରଣର ଅଗ୍ନିକାଣ୍ଡ । ରୁଚି ଫ୍ୟାକ୍ଟ୍ରିରେ ବଡ ଧରଣର ଅଗ୍ନିକାଣ୍ଡ ହୋଇଛି । ପ୍ରାୟ ବିଳମ୍ୱିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ପାସ୍ତା ୟୁନିଟରେ ଆଜି ଭୋର ଚାରିଟା ସମୟରେ ହଠାତ ନିଆଁ ଲାଗିଯାଇଥିଲା ।

ଖବର ପାଇ ଅଗ୍ନିଶମର ତିନୋଟି ଦମକଳ ଗାଡି ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ବର୍ତ୍ତମାନ ଯାହା ସୂଚନା ମିଳିଛି ନିଆଁ ଆୟତ୍ତ ହୋଇଛି । ତେବେ ଅଗ୍ନିକାଣ୍ଡର କାରଣ କଣ ଅସ୍ପଷ୍ଟ ଥିବାବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଏହାସହ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ତାହା ଜଣାପଡିନି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।