ଅପରାଧ ରାଜ୍ୟ

ଡେଲିଭରି ବୟଙ୍କୁ ମାରି ଫିଙ୍ଗିଦେଲେ ! ଦେହରେ ରହିଛି କ୍ଷତାକ୍ତ ଚିହ୍ନ

କଟକ ୧୭।୦୭: ଡେଲିଭରୀ ବୟଙ୍କ କ୍ଷତାକ୍ତ ମୃତଦେହ ଠାବ । କଟକ ସ୍ଥିତ ଆଇନ ବିଶ୍ୱବିଦ୍ୟାଳୟ ନିକଟରୁ ଯୁବକଙ୍କ ମୃତଦେହ ଠାବ କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଆଇନ ବିଶ୍ୱବିଦ୍ୟାଳୟ ନିକଟରେ ଏକ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ତୁରନ୍ତ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ତେବେ ମୃତକ ଖାଦ୍ୟ ଡେଲିଭରି ସଂସ୍ଥା ସ୍ୱିଗିରେ କାମ କରୁଥିଲେ । ହେଲେ ଏପରି ରାସ୍ତାକଡ଼ରେ ଡେଲିଭରି ବୟଙ୍କ ମୃତଦେହ ମିଳିବା । ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ସେପଟେ ପୋଲିସ ଯୁବକଙ୍କୁ ହତ୍ୟା ସନ୍ଦେହରେ ତଦନ୍ତ ଆରମ୍ଭ କରିଛି । କିଏ ଓ କାହିଁକି ହତ୍ୟା କଲା, ସେନେଇ ଖୋଳତାଡ଼ ଜାରି ରଖିଛି ପୋଲିସ । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନିଆଯାଇପାରେ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।