ରାଜ୍ୟ ସ୍ୱାସ୍ଥ୍ୟ

ହଜାରେ ତଳକୁ ଖସିଲା କରୋନା, ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୭।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୧୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮୨ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୪ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୯୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୪୨୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୩୫୩୦୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ