ଅପରାଧ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଶ୍ରମ ସ୍କୁଲରେ ପଢ଼ୁଥିବା ଜଣେ ଛାତ୍ରର ମୃତ୍ୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର

ଫୁଲବାଣୀ, ୧୮/୦୭: କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅନ୍ତର୍ଗତ କଡିପାରି ଆଶ୍ରମ ସ୍କୁଲର ଜଣେ ଷଷ୍ଠ ଶ୍ରେଣୀର ଛାତ୍ରର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଛାତ୍ରଜଣକ ହେଉଛନ୍ତି ଗୋଛପଡା ଟିଙ୍ଗିରିଟିକା ଗ୍ରାମର ବଡା କହଁରଙ୍କ ୧୧ ବର୍ଷର ପୁଅ ଜଗା କହଁର । ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନଥିବାବେଳେ ଫୁଲବାଣୀ ମେଡିକାଲରେ ପହଞ୍ଚିଵା ପୂର୍ବରୁ ଛାତ୍ରର ମୃତ୍ୟୁ ହୋଇଯାଇଥିଵା କୁହାଯାଉଛି l

ତେଵେ, ସମ୍ପୃକ୍ତ ସ୍କୁଲ କର୍ତ୍ତୃପକ୍ଷ ଛାତ୍ର ଅସୁସ୍ଥ ଥିବା ଜାଣିବାପରେ ଚିକିତ୍ସା ପାଇଁ ପ୍ରଥମେ ଗୋଛାପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ତାକୁ ଆମ୍ବୁଲାନ୍ସ ଯୋଗେ ଫୁଲବାଣୀ ସଦରମହକୁମା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ଛାତ୍ରକୁ ମୃତ ଘୋଷଣା କରିଥିଲେ l ଚିକିତ୍ସାରେ ଅବହେଳା ଯୋଗୁଁ ପୁଅର ମୃତ୍ୟୁ ଘଟିଥିବା ମୃତ ଛାତ୍ରର ବାପା ଅଭିଯୋଗ କରିଛନ୍ତି l

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି