ଅପରାଧ ରାଜ୍ୟ

ହୋଟେଲ ‘ନିମନ୍ତ୍ରଣ’ରେ ଘୋଟାଲା, ବନ୍ଧାହେଲେ OTDC ମ୍ୟାନେଜର ଓ ଠିକା କର୍ମଚାରୀ

ଭୁବନେଶ୍ୱର ୨୧।୦୭: ଭୁବନେଶ୍ବର ହୋଟେଲ ନିମନ୍ତ୍ରଣ’ରେ ଘୋଟାଲା । ବନ୍ଧାହେଲେ OTDC ମ୍ୟାନେଜର ଓ ଠିକା କର୍ମଚାରୀ । ମ୍ୟାନେଜର ରାଜ୍ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନିଲ ଘଡେଇ ଗିରଫ ହୋଇଛନ୍ତି ।

ଖବର ଅନୁଯାୟୀ, ଗତ୬ ମାସରେ ୧୭ ଲକ୍ଷ ୫୦ ହଜାର ଟଙ୍କା ଆତ୍ମସାତ କରିଥିଲେ। ପ୍ରତିଦିନ ଆୟର ୫୦ ପ୍ରତିଶତ ଟଙ୍କା ନିଜ ଆକାଉଣ୍ଟକୁ ନେଇ ଯାଉଥିଲେ ଦୁଇ କର୍ମଚାରୀ । ଅଡିଟ ବେଳେ ଏଭଳି ତଥ୍ୟ ଜଣାପଡିବା ପରେ ସହିଦନଗର ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ଘଟଣାର ତଦନ୍ତ କରି OTDC ମ୍ୟାନେଜର ରାଜ୍ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଏବଂ ଠିକା କର୍ମଚାରୀ ସୁନିଲ ଘଡେଇଙ୍କୁ ଗିରଫ କରାଯାଇଛି । ବୁଧବାର ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ସହିଦନଗର ଥାନା ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।