ଅପରାଧ ରାଜ୍ୟ

ହାଇସ୍କୁଲ ପଛପଟୁ ମିଳିଲା ଛାତ୍ରଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ସୁନ୍ଦରଗଡ଼ ୨।୮: ହାଇସ୍କୁଲ ପଛପଟୁ ମିଳିଲା ଛାତ୍ରଙ୍କ ମୃତଦେହ । ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ହେମଗିରି ବ୍ଲକ୍ ଗର୍ଜନବାହାଲ ହାଇସ୍କୁଲ ପଛପଟେ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପୋଲିସ ଖବର ପାଇ ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଅନ୍ୟପଟେ ପୋଲିସ ପକ୍ଷରୁ ଏକ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ମାମଲାର ଛାନଭିନ କରୁଛି । ତେବେ ମୃତ ଛାତ୍ରଙ୍କ ପରିଚୟ ପ୍ରସାଦ ଖଣ୍ଡା ବୋଲି ଜଣାପଡିଛି । ଗର୍ଜନବହଲ ହାଇସ୍କୁଲ ଛାତ୍ରାବାସରେ ରହି ପାଠ ପଢୁଥିଲେ ପ୍ରସାଦ । ଛାତ୍ରଙ୍କର ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।