ଅପରାଧ ରାଜ୍ୟ

ଡିଲ୍‌ ବେଳେ ମାଡିବସିଲା ଏସ୍‌ଟିଏଫ୍‌ : ବାଘଛାଲ ଜବତ, ଜଣେ ବେପାରୀ ଗିରଫ

ଭୁବନେଶ୍ୱର ୦୩।୦୮ : ଏସ୍‌ଟିଏଫ୍‌ ପଞ୍ଝାରେ ବାଘଛାଲ ବେପାରୀ । ବାଘଛାଲ ବିକ୍ରି ବେଳେ ମାଡିବସିଲା ପୋଲିସ । ଗୋଟିଏ କଳରାପତରିଆ ବାଘ ଛାଲ ଜବତ ସହ ଜଣେ ବେପାରୀଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌ ।

ଖବର ଅନୁଯାୟୀ, କନ୍ଧମାଳ ଚକାପାଦ ଥାନା ବ୍ରାହ୍ମଣୀପଦା ଗାଁରେ ବାଘଛାଲ କାରବାର ହେଉଥିବା ନେଇ ଏସ୍‌ଟିଏଫ୍‌ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ତୁରନ୍ତ ସେହି ସ୍ଥାନରେ ଚଢାଉ କରିଥିଲେ ଏସ୍‌ଟିଏଫ୍‌ । ଏହି ଚଢାଉରେ ଜଣେ ବେପାରୀଙ୍କୁ ଗିରଫ ସହ ଏକ କଳରାପତରିଆ ବାଘ ଛାଲ ଜବତ ହୋଇଛି । ଗିରଫ ବ୍ୟକ୍ତି ଜଣଙ୍କ ବ୍ରାହ୍ମଣୀପଦା ଗାଁର ବିରେନମିତ୍ର ନାୟକ ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।