ଅପରାଧ ରାଜ୍ୟ

ବାହାଘରକୁ ବର୍ଷେ ପୁରିନି; ନବ ବଧୂଙ୍କ ସନ୍ଦେହ ଜନକ ମୃତ୍ୟୁ, ତଦନ୍ତ କରୁଛି ପୋଲିସ

ନୀଳଗିରି ୦୮/୦୮: ନୀଳଗିରି ଥାନା ଅନ୍ତର୍ଗତ ବାଉଁଶବଣିଆ ପଞ୍ଚାୟତ ମାନଗଡ଼ ଅଞ୍ଚଳରେ ଜଣେ ନବବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ପ୍ରଫୁଲ୍ଲ କୁମାର ବାରିକଙ୍କ ସ୍ତ୍ରୀ ମଧୁସ୍ମିତା। ଖବର ଅନୁସାରେ, ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଧୀନ ଗେଣ୍ଡାଗଡ଼ିଆର ଅଜୟ ବାରିକଙ୍କ ଝିଅ ମଧୁସ୍ମିତାଙ୍କୁ ବୈଦିକ ରିତିନୀତିରେ ବିବାହ କରିଥିଲେ। ସୋମବାର ସନ୍ଧ୍ୟାରେ ୧୦୮ ଆମ୍ବୁଲାନ୍ସ ଯୋଗେ ମଧୁସ୍ମିତାଙ୍କୁ ନୀଳଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା।କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଅଜୟ ଓ ତାଙ୍କ ବାପାଙ୍କ କଥାନୁସାରେ, ମଧୁସ୍ମିତା ଶିଡ଼ି ପାହାଚରୁ ପଡ଼ି ମୃତ୍ୟୁବରଣ କରିଛନ୍ତି। ପରେ ନୀଳଗିରି ପୋଲିସ ତାଙ୍କୁ ଥାନାକୁ ଡାକି ପଚରାଉଚୁରା କରିବାରୁ ସେ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି ବୋଲି ମଧୁସ୍ମିତାଙ୍କ ଶ୍ୱଶୁର କହିଛନ୍ତି। ବାହାଘରକୁ ବର୍ଷେ ନପୁରୁଣୁ ମଧୁସ୍ମିତାଙ୍କ ମୃତ ଦେହ ମିଳିବା ଘଟଣା ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚାର ପରିସରକୁ ଆସିଛି। ମୃତକଙ୍କ ବାପଘର ଲୋକ ମୃତ୍ୟୁକୁ ନେଇ ସନ୍ଦେହ କରିଛନ୍ତି।ବହୁ ଦିନ ଧରି ମଧୁସ୍ମିତାଙ୍କୁ ଶ୍ୱଶୁର ଘର ଲୋକେ ମାନସିକ ନିର୍ଯାତନା ଦେଉଥିଲେ ବୋଲି କହିଛନ୍ତି। ମୃତଦେହକୁ ପୋଲିସ ଜବତ କରି ପ୍ରାଥମିକ ତଦନ୍ତ ଚଳାଇଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ଆସିଲେ ମୃତ୍ୟୁ କାରଣ ସ୍ପଷ୍ଟ ହେବ ବୋଲି କୁହାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।