ଅପରାଧ ରାଜ୍ୟ

ଗଞ୍ଜେଇ ଚାଲାଣ ବେଳେ ଧରାପଡିଲା ସୁନା ତସ୍କରୀ, ୨୦ ସୁନା ବିସ୍କୁଟ ଜବତ

ବ୍ରହ୍ମପୁର ୧୦/୦୮: ଗତକାଲି ଅପରାହ୍ନରେ ସ୍ଥାନୀୟ ଲାଞ୍ଜିପଲ୍ଲୀ ବାଇପାସ ନିକଟରେ ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ଏକ କାରରୁ ମିଳିଲା କୋଟିଏ ୨୨ ଲକ୍ଷର ନଗଦ ଟଙ୍କା । ଜବତ ଟଙ୍କା ସହ ଅଟକ ବ୍ୟକ୍ତିଙ୍କୁ ପୁଲିସକୁ ହସ୍ତାନ୍ତର କରିଥିଲେ ଅବକାରୀ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ହୃଦୟନନ୍ଦ ସାମନ୍ତ ଏବଂ ତାଙ୍କ ଟିମ୍ ।

ତେବେ ଅଟକ ମହାରାଷ୍ଟ୍ର ବ୍ୟକ୍ତି ଭରତ ଗୋଖେ ନାୟକଙ୍କୁ ପଚରା ଉଚରା ବେଳେ ସ୍ଥାନୀୟ ସୁନା ବ୍ୟବସାୟୀଙ୍କ ଠାରୁ ୨୦ ଟି ସୁନା ବିସ୍କୁଟ ଜବତ ହୋଇଛି । ଘଟଣାକୁ ନେଇ ପୋଲିସ ଆୟକର ଓ GST ବିଭାଗର ଯୋଗାଯୋଗରେ ସହରର କିଛି ସୁନା ବ୍ୟବସାୟୀଙ୍କୁ ପୋଲିସର ପଚରା ଉଚରା ଜାରି । ମହାରାଷ୍ଟ୍ରର ଭରତ ଏଠାକାର କିଛି ସୁନା ବ୍ୟବସାୟୀଙ୍କୁ ସୁନା ବିକ୍ରିକରି ନଗଦ ଟଙ୍କା ନେଇ ଯାଉଥିବା ବେଳେ ଧରାପଡିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।