ରାଜ୍ୟ ସ୍ୱାସ୍ଥ୍ୟ

ପୁଣି କମିଲା ଦୈନିକ କରୋନା ସଂକ୍ରମଣ: ରାଜ୍ୟରେ ୨୬୫୮ ଜଣ ସକ୍ରିୟ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି କମିଛି। ତେବେ ଏହା ଆଜି ୪ ଶହ ତଳେ ରହିଛି। ଗତକାଲି ୩୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବରଗଡ଼ରୁ ୧୩, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧୩ ଜଣ, ବୌଦ୍ଧରୁ ୧୭, କଟକରୁ ୧୪ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୪୯, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୩ ଜଣ, ସମ୍ବଲପୁରରୁ ୨୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୪, ୭୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୨, ୯୦୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୬୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ