ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଭାଦ୍ରବ କୃଷ୍ଣ ଏକାଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ ୨୩/୦୮: ଆଜି ଭାଦ୍ରବ କୃଷ୍ଣ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ୱିତ କରାଯାଇଥାଏ ।

ଏହି ବେଶରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ । ଫେଣିଆ ମସ୍ତକ ଶ୍ରୀ ଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ କରି ରଖାଯାଏ ।

ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ଶ୍ରୀ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ। ଏହି ବେଶ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ