ଅପରାଧ ରାଜ୍ୟ

ବିବାଦରୁ ସର୍ବନାଶ, ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା

ପାଟଣାଗଡ଼ ୨୩।୦୮: ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ଦେବିରି ପାଲିଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ୯ଟାରୁ ୧୦ ମଧ୍ୟରେ ପାଲିଗାଁର ଭକ୍ତ ନାୟକ ଓ ତାଙ୍କ ସ୍ତ୍ରୀ ଯଶୋଦା ନାୟକ ବିଲକୁ କାମ କରିବାକୁ ଆସିଥିଲେ । ସେଠାରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଦେଖୁ ଦେଖୁ ବଚସା ଏତେ ଭୟଙ୍କର ହୋଇଥିଲା ଯେ, ସ୍ୱାମୀ ଟାଙ୍ଗିଆରେ ସ୍ତ୍ରୀର ମୁଣ୍ଡକୁ ଆଘାତ କରିଥିଲା । ଯାହାଫଳରେ ତାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ପରେ ଭକ୍ତ ପାଖ ବିଲରେ ଥିବା ଏକ ଗଛରେ ଦଉଡି ଲଗାଇ ନିଜେ ଆତ୍ମହତ୍ୟା କରିଥିଲା ।

ସେପଟେ ଘଟଣାସଂପର୍କରେ ସୂଚନା ପାଇ ବେଲପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ବଲାଙ୍ଗୀରରୁ ମଧ୍ୟ ସାଇଣ୍ଟିଫିକ୍‌ ଟିମ୍‌ ଆସି ତଦନ୍ତ କରୁଛି । ପୋଲିସର ପ୍ରାଥମିକ ତଦନ୍ତରୁ ଏହା ପାରିବାରିକ ଗଣ୍ଡଗୋଳରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।