ଅପରାଧ ରାଜ୍ୟ

ଅଟୋକୁ ଧକ୍କା ଦେଲା ଟ୍ରକ୍, ୫ ମୃତ

କାମାକ୍ଷାନଗର, ୨୮|୦୮: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ଧକ୍କା ଦେଲା ଟ୍ରକ । ନାବାଳକ ସମେତ ୫ ମୃତ।

ସୂଚନାନୁସାରେ, ଏକ ଅଟୋରେ କିଛି ଯାତ୍ରୀ ଏନଏଚ-୫୩ ଦେଇ ଯାଉଥିଲେ । ହେଲେ ମୁକ୍ତାପାଣି ନିକଟରେ ଅଟୋକୁ ଏକ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ୫ ଜଣ ପ୍ରାଣ ହରାଇଥିଲେ । ମୃତକଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଛନ୍ତି । ସମସ୍ତ ମୃତକ ବାଙ୍ଗୁରା ଗ୍ରାମର ବୋଲି ଜଣାପଡିଛି । ତେବେ ଦୁର୍ଘଟଣା ପରେ ଟ୍ରକ୍ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୋଲିସ ଅଟୋ ଓ ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।