ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ପୂଜା ଭୋଜି ଖାଇ ଛାତ୍ର ଛାତ୍ରୀ ଅସୁସ୍ଥ, ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଚାଲିଛି ଚିକିତ୍ସା

ନୀଳଗିରି ୦୨/୦୯: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ଔପଦା ବ୍ଲକ ବାଉଁଶବଣିଆ ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟରେ ଅଘଟଣ । ପୂଜା ଭୋଜି ଖାଇ ୨୫ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଗଣେଶ ପୂଜା ଭୋଜି ଖାଇ ଅସୁସ୍ଥ ହୋଇଥିବା ଜଣାପଡିଛି । ସେମାନଙ୍କୁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିବା ଜଣାପଡିଛି ।

ଅଭିଭାବକ କହିବା ଅନୁସାରେ ଗଣେଶ ପୂଜାରେ ହୋଇଥିବା ଭୋଜିରେ ପୁରୀ ଓ ତରକାରୀ ଖାଇ ପିଲାମାନଙ୍କୁ ଜ୍ଵର, ବାନ୍ତି ହୋଇଥିଲା । ପରେ ଜ୍ଵର ହେବାରୁ ଆଜି ଜଣକ ପରେ ଜଣେ ଅସୁସ୍ଥ ହେବାରୁ ତାଙ୍କୁ ନୀଳଗିରି ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିବା ଜଣାପଡିଛି । ବିଷାକ୍ତ ଖାଦ୍ୟଖାଇ ଏଭଳି ହୋଇଥିବା ଅଭିଯୋଗ ଉଠିଥିବା ବେଳେ ଏଭଳି ଅଭିଯୋଗକୁ ପ୍ରଧାନ ଶିକ୍ଷକ ଖଣ୍ଡନ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ