ଅପରାଧ ରାଜ୍ୟ

ରାଜଧାନୀରେ ପଡିଲା ପୁଣି ରକ୍ତର ଛିଟା, ସାଙ୍ଗକୁ ଛୁରାମାଡ଼ କଲା ଆଉ ଏକ ସାଙ୍ଗ

ଭୁବନେଶ୍ବର ୦୩।୦୯: ରାଜଧାନୀ ରାଜରାସ୍ତାରେ ପଡିଲା ପୁଣି ରକ୍ତର ଛିଟା । ସାଙ୍ଗକୁ ଛୁରାମାଡ଼ କଲା ଆଉ ଏକ ସାଙ୍ଗ । ଭୁବନେଶ୍ୱର କଦଳୀ ଗୋଦାମ ବସ୍ତି ନିକଟରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଛୁରାମାଡ଼ ହୋଇଛି । କଦଳୀ ଗୋଦାମ ବସ୍ତି ନିକଟରେ ନିଶାଶକ୍ତ ଅବସ୍ଥାରେ ଥିବା ସେକ୍ ଅବୁଦୁଲ୍‌କୁ ଛୁରି ମାରିଛି ସାଙ୍ଗ ଆଦିତ୍ୟ । ଯାହାଫଳରେ ଶେକ୍‌ ଅବ୍‌ଦୁଲ୍‌ଙ୍କ ପେଟର ଗଭୀର ଆଘାତ ଲାଗିଛି । ତୁରନ୍ତ ତାଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଅଭିଯୁକ୍ତ ସାଙ୍ଗ ଆଦିତ୍ୟକୁ ଅଟକ ରଖି ପଚରାଉଚରା କରୁଛି ଲକ୍ଷ୍ମୀସାଗର ଥାନା ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।