ଅପରାଧ ରାଜ୍ୟ

ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ, ବଜାରରୁ ଘରକୁ ଫେରିବା ବେଳେ ଅଘଟଣ

ସୋର ୦୫।୦୯ : ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ। ବାଲେଶ୍ବର ଔପଦା ବ୍ଲକ ଫତେପୁର ସ୍ଥିତ ଷ୍ଟେଟ ବ୍ୟାଙ୍କ୍ ଶାଖାର କିରାଣୀ ଅନିରୁଦ୍ଧ ମହାନ୍ତିଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି।

ଖବର ଅନୁଯାୟୀ, ରବିବାର ସନ୍ଧ୍ୟାରେ ସେ ସ୍ଥାନୀୟ ଵଜାରୁ ଫତେପୁର ଡିମିରଚୁଆରେ ରହୁଥିବା ଭଡ଼ାଘରକୁ ଫେରୁଥିଲେ। ଫେରିବା ଵେଳେ ସେ ପୋଖରୀରେ ପଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ଖଇରା ମେଡ଼ିକାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ଘର ବାଲେଶ୍ଵର ଜିଲ୍ଲା ବଇଁଚା ଗାଁରେ ହୋଇଥିବା ଵେଳେ ସେ ଫତେପୁର ଠାରେ ଭଡ଼ା ଘର ନେଇ ରହୁଥିଲେ । ହେଲେ ବଜାରରୁ ଫେରୁଥିବା ବେଳେ ସେ କେମିତି ପୋଖରୀରେ ବୁଡିଲେ ସେ ନେଇ ପ୍ରଶ୍ନ ଉଠୁଛି। ତାଙ୍କର ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।