ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ମୋହନାରେ ଡେଙ୍ଗୁ ଆତଙ୍କ; ଚିହ୍ନଟ ହେଲେ ୩୧ ଜଣ ଡେଙ୍ଗୁ ରୋଗୀ

ମୋହନା ୦୯/୦୫: ଗଜପତି ଜିଲ୍ଲା ମୋହନାରେ ଡେଙ୍ଗୁ ଆତଙ୍କl ଗତ କିଛି ଦିନ ହେଲା ମୋହନlର କିଛି ଲୋକ ଆକ୍ରାନ୍ତ ହୋଇଥିବାରୁ ପ୍ରଶାସନ ତତ୍ପର ହୋଇଛି l ରବିବାର ଓ ସୋମବାର ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବା ସହ ଲୋକଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇଛି l ଭୁବନେଶ୍ୱର ହାଇଟେକ ମେଡ଼ିକାଲରୁ ଟିମ ରକ୍ତ ନମୁନା ସଂଗ୍ରହ କରିଥିଲେ। ପରୀକ୍ଷା ପରେ ୩୧ ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି ବୋଲି ମୋହନା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. ନମିତା ପଣ୍ଡା କହିଛନ୍ତି l

ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସୂଚନା ଅନୁସାରେ, ଗତ କିଛି ଦିନ ଭିତରେ ପ୍ରାୟ ୧୨ ରୁ ୧୫ କଣ ଜ୍ବରରେ ଆକ୍ରାନ୍ତ ହୋଇ ମୋହନା ମେଡ଼ିକାଲ ଆସିଥିଲେl ସେମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପରେ ମୋହନାରେ ଡେଙ୍ଗୁ ବ୍ୟାପିବା ନେଇ ଲୋକଙ୍କ ମନରେ ଆଶଙ୍କା ଦେଖାଦେଇଥିଲା l ଡେଙ୍ଗୁ ରୋଗୀ ଚିହ୍ନଟ ପାଇଁ ମୋହନାରେ କୌଣସି ବ୍ୟବସ୍ଥା ନଥିବାରୁ ରବିବାର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା l

ଆଜି ହାଇଟେକ୍ ମେଡିକାଲର ଟିମ୍ ପହଞ୍ଚି ମୋହନା ଖ୍ରୀଷ୍ଟିଆନ ସାହିର ୧୩୮ ଜଣଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେl ଏଥିରେ ୩୧ ଜଣଙ୍କ ଡେଙ୍ଗୁ ପଜିଟିଭ ଥିବା ଜଣାପଡ଼ିଛି l ଅନ୍ୟ ପକ୍ଷରେ ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ, ମୋହନା ବିଡ଼ିଓ ମୋହାନlର ବିଭିନ୍ନ ସାହି ବୁଲି ଅନୁଧ୍ୟାନ କରିବା ସହ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ