ଅପରାଧ ରାଜ୍ୟ

ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ, ହତ୍ୟା ସନ୍ଦେହ

ସୁନ୍ଦରଗଡ଼ ୦୬।୦୯: ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଟିକାୟତ ପାଲି ଥାନା ଅନ୍ତର୍ଗତ ଦେବଗଡ଼-ବଣାଇ ସୀମା ନିକଟରେ ଥିବା ଏକ ଜଙ୍ଗଲରୁ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ଖବର ଅନୁଯାୟୀ, ଟିକାୟତ ପାଲି ଥାନାର ତିଳେଇବଣି ନିକଟ କାଟେଇ ଗାଁର ପଠାଣି ଭୁଇଁଆ ସ୍ୱାମୀ ମରିଗଲା ପରେ ଏକ ମାତ୍ର ଶିଶୁ ପୁତ୍ରକୁ ଧରି ରହୁଥିଲେ। ଦିନ ମଜୁରିଆ ଭାବେ କାମ କରି ପରିବାର ଚଳାଉଥିଲେ। ତେବେ ଆଜି ଜଙ୍ଗଲରୁ ତାଙ୍କର କ୍ଷତବିକ୍ଷତ ମୃତଦେହ ଠାବ ହୋଇଛି। କେହି ଦୁର୍ବୃତ୍ତ ମହିଳାଙ୍କୁ ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବଣାଇ ଏସଡିପିଓ, ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।