ଅପରାଧ ରାଜ୍ୟ

ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ

ତିହିଡ଼ି: କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଥିବା ଜଣାଯାଇଛି। ରାଗିଂର ଶିକାର ହୋଇଥିବା ଛାତ୍ରଜଣକ ପୂର୍ବରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ।
ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ୍ ଅଚକ ପଞ୍ଚାୟତର ଛନ୍ଦାସାହିର ଜଣେ ଆଇଟିଆଇ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେ ରାତିରେ ବିଷପାନ କରିଥିଲେ। କଲେଜରୁ ଫେରି ଛାତ୍ରଜଣଙ୍କ ଘରେ ବିଷ ପିଇଥିଲେ। ଗୁରୁତର ଅବସ୍ଥାରେ ଛାତ୍ରଜଣଙ୍କୁ ପ୍ରଥମେ ତିହିଡ଼ି ଡାକ୍ତରଖାନା ଓ ପରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲେ। ହେଲେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଗତ ୧୦ ତାରିଖରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
ତିହିଡ଼ି ଆଇଟିଆଇରେ ପଢ଼ୁଥିବା ଏହି ଛାତ୍ର ହେଲେ ଛନ୍ଦାସାହିର ଭକ୍ତହରି ମଳିକଙ୍କ ପୁଅ ଆଶୁତୋଷ ମଳିକ(୨୦)। ତେବେ ଆଶୁତୋଷ ଆଇଟିଆଇ ଛାତ୍ରଙ୍କ ଦ୍ବାରା ରାଗିଂର ଶିକାର ହୋଇ ବିଷପାନ କରିଥିଲେ ବୋଲି ଚର୍ଚ୍ଚା ହୋଇଥିଲା। ତେବେ ଏହି ଅଭିଯୋଗକୁ ଆଇଟିଆଇ କର୍ତ୍ତୃପକ୍ଷ ଅସ୍ବୀକାର କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।