ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୪।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୮୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୮୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୯୪୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୬୮୨୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ