ଅପରାଧ ରାଜ୍ୟ

ଏସପି ଅଫିସ ପାଖରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ; ପରିଚୟ ଅସ୍ପଷ୍ଟ

ଅନୁଗୁଳ ୨୪/୦୯: ଅନଗୁଳ ଆରକ୍ଷି ଅଧିକ୍ଷକଙ୍କ (ଏସପି) କାର୍ଯ୍ୟାଳୟ ପାଖରେ ଜଣଙ୍କର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ୫୫ ନମ୍ୱର ଜାତୀୟ ରାଜପଥ ପାଖରେ ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଛି। ସମ୍ପୃକ୍ତ ମୃୃୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ତାଙ୍କର ଦେହରେ କୌଣସି କ୍ଷତ ଚିହ୍ନ ନାହିଁ। ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆମ୍ବୁଲାନ୍ସରେ ମୃତଦେହକୁ ଅନଗୁଳ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କର ସ୍ବଭାବିକ ଭାବେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡ଼ିବ ବୋଲି ପୋଲିସ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।