ଅପରାଧ ରାଜ୍ୟ

ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ

ରାଉରକେଲା ୨୭।୦୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମଙ୍ଗଳବାର ଦିନ ସକାଳୁ ଘର ଖୋଲିବା ବେଳେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ବେକରେ ଦୌଡି ଲଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଉଦିତ୍‌ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।