ଅପରାଧ ରାଜ୍ୟ

ଦୁର୍ବୃତ୍ତଙ୍କ ଆକ୍ରମଣରେ ମାଲିକ ମୃତ, ଚୋରି କରିବାକୁ ଘରେ ପଶିଥିଲେ ଲୁଟେରା

ଯାଜପୁର ୨୭।୦୯ : ଦୁର୍ବୃତ୍ତଙ୍କ ଆକ୍ରମଣରେ ଘର ମାଲିକ ମୃତ। ଯାଜପୁର ବରୀ ବ୍ଲକ ଚଟୁମାରି ଗାଁରେ ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଆକ୍ରମଣର ଶିକାର ବିଶ୍ୱ ରଂଜନ ବିଶ୍ୱାଳଙ୍କ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଖବର ଅନୁଯାୟୀ, ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଭଅଁରା ପଞ୍ଚାୟତ ଚଟୁମାରି ଗାଁର ବିଶ୍ୱ ରଞ୍ଜନଙ୍କ ଘରେ ଚୋରି କରିବାକୁ ପଶିଥିଲେ। ବିଶ୍ୱ ଦୁର୍ବୃତ୍ତଙ୍କୁ ବିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଯେଉଁଥିରେ ଘର ମାଲିକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।