ଅପରାଧ ଦେଶ ବିଦେଶ

ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା : ୮ ମୃତ, ୨୦ରୁ ଅଧିକ ଆହତ

ଲକ୍ଷ୍ନୌ ୨୮।୦୯ : ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଶାରଦା ନଦୀ ପୋଲ ନିକଟରେ ଏକ ଯାତ୍ରୀବାହୀନ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଘଟଣାସ୍ଥଳରେ ହିଁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ସଂପର୍କରେ ଖବର ପାଇଁ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ସଂପର୍କରେ ଖବର ପାଇ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଏହାସହିତ ଆହତଙ୍କୁ ଯଥାସମ୍ଭବ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ କରିଛନ୍ତି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ