ଅପରାଧ ରାଜ୍ୟ

ଜଗତପୁରରେ ହାତୀ ଉତ୍ପାତ: ୨ ଜଣଙ୍କର ମୃତ୍ୟୁ ପରେ ଆଉ ଦୁଇ ଗୁରୁତର, ଶିକ୍ଷାନୁଷ୍ଠାନ ବନ୍ଦ

କଟକ: ଜଗତପୁରରେ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଥିବାର ତାଜା ଖବର ମିଳିଛି। ଦୁଇ ଗୁରୁତରଙ୍କୁ ବଡ଼ ମେଡକାଲକୁ ନିଆଯାଉଛି। ଏଣେ ନିମପୁର ଅଞ୍ଚଳରେ ପଶିଥିବା ହାତୀଟି କେତେକ କାର୍ ଓ ଘର ଭାଙ୍ଗି ଦେଇଥିବାର ସୂଚନା ମିଳିଛି। ତିନିଟି ହାତୀ ଜଗତପୁରରେ ଉପଦ୍ରବ ଜାରି ରଖିଥିବା କୁହାଯାଉଛି। ଏବେ ବନବିଭାଗ ପକ୍ଷରୁ ହାତୀ ଘଉଡ଼ାଇବା ଅପରେସନ ଚାଲିଛି। ଏହି କାରଣରୁ ଜଗତପୁର ଗୋଲେଇ ଛକଠାରୁ ଜାତୀୟ ରାଜପଥ ପର୍ଯ୍ୟନ୍ତ କେହି ଯାତାୟାତ ନ କରିବା ପାଇଁ ସତର୍କ କରାଇଛି ବନ ବିଭାଗ।
ଆଜି ଜଗତପୁର ଅଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାର ସୂଚନା ମିଳିଛି।

Video Player

00:00
00:15

ସୂଚନାଯୋଗ୍ୟ ନିମପୁରରେ ଜଣେ ବୃଦ୍ଧ ଓ ଆଉ ଜଣେ ବୃଦ୍ଧାଙ୍କୁ ହାତୀ ଦଳି ଦେଇଥିବାର ସୂଚନା ମିଳିଛି। ଏହାପରେ ଜଗତପୁରରେ ହାତୀ ପଶିଯାଇଥିବାର ସୂଚନା ରହିଛି। ତେଣେ ଯୋବ୍ରା ଆନିକଟ ୧୪ ନମ୍ବର ଗେଟରେ ଏକ ହାତୀର ମୃତଦେହ ଲାଗିଥିବା ଦେଖାଯାଇଥିଲା। ଉକ୍ତ ହାତୀଟି ନଦୀ ପାଣିରେ ଭାସିଆସିଥିବା ସନ୍ଦେହ କରାଯାଉଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ସହାୟତାରେ ୨ଟି ଡଙ୍ଗା ସାହାଯ୍ୟରେ ହାତୀର ମୃତଦେହକୁ ବାନ୍ଧି କୂଳକୁ ଅଣାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।