ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ପ୍ରଧାନ ଶିକ୍ଷକଙ୍କ ବଦଳିକୁ ବିରୋଧ, ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ

ଯାଜପୁର ୩୦/୦୯: ପ୍ରଧାନ ଶିକ୍ଷକଙ୍କ ବଦଳିକୁ ନେଇ ରାଜରାସ୍ତାରେ ବିକ୍ଷୋଭ । ପ୍ରତିବାଦରେ ରାସ୍ତାକୁ ଓଲ୍ହାଇଲେ ଛାତ୍ର ଛାତ୍ରୀ ଓ ଅଭିଭାବକ । ଯାଜପୁର ଜିଲ୍ଲା ନନ୍ଦୀପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ନଜର ଆସିଛି ଏପରି ଘଟଣା ।
ଦୁଇ ଦିନ ହେବ ଛାତ୍ରଛାତ୍ରୀ ପ୍ରଧାନ ଶିକ୍ଷକଙ୍କୁ ବଦଳି ନ କରାଯାଉ ବୋଲି ରାସ୍ତାରେ ଧାରଣା ଦେଇ ବସିରହିଛି । ଆଜି ଛାତ୍ର ଛାତ୍ରୀଙ୍କୁ ପାଠ ପଢାଇବା ପାଇଁ ରାସ୍ତା ଉପରକୁ ଆସିଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀ । ଶେଷରେ ରାସ୍ତା ଉପରେ ଛାତ୍ର ଛାତ୍ରୀଙ୍କୁ ମଧ୍ୟ ପାଠ ପଢାଇଲେ ଶିକ୍ଷକ ଶିକ୍ଷୟିତ୍ରୀ । କିଭଳି ରାସ୍ତା ଉପରେ ପିଲାମାନେ ବହି ଧରି ପାଠ ପଡୁଛନ୍ତି ଏବଂ ଶିକ୍ଷକ ମାନେ ପଢ଼ାଉଛନ୍ତି । ସେ ଦୃଶ୍ୟ ଏବେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି