ଅପରାଧ ରାଜ୍ୟ

ଜଙ୍ଗଲରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ୧୦ ଦିନ ହେଲା ଥିଲେ ନିଖୋଜ

ମୁନିଗୁଡ଼ା ୦୪।୧୦ : ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଠାବ। ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା କାମାରି ଗାଁ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମହିଳା ଜଣଙ୍କ ଡିମିରିଗୁଡ଼ା ପଞ୍ଚାୟତ କାମାରି ଗାଁର ଆସକୁଲି ମାଝି ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଆସକୁଲି ସେପ୍ଟେମ୍ବର ୨୪ ତାରିଖରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି କୌଣସି ସନ୍ଧାନ ମିଳିନଥିଲା । ଶେଷରେ ଅକ୍ଟୋବର ୧ ରେ ଅମ୍ବାଦଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ମଙ୍ଗଳବାର କୌଣସି ସୂତ୍ରରୁ ଖବର ପାଇ ଗାଁ ନିକଟ ଜଙ୍ଗଲର ଏକ ଗଛରୁ ଆସକୁଲିଙ୍କ ମୃତଦେହକୁ ଠାବ କରିଛି । ମୃତଦେହଟି ଦୀର୍ଘଦିନ ତଳର ବୋଲି ଜଣାପଡୁଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସାଇଣ୍ଟିଫିକ ଟିମ୍ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମହିଳା ଜଣକ ଜଙ୍ଗଲରେ ଆତ୍ମହତ୍ୟା କରିଛନ୍ତି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି । ତାର ତଦନ୍ତ ଜାରି ରଖିଛି ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।