ଅପରାଧ ରାଜ୍ୟ

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର ୧୦।୧୦ : ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଭୁବନେଶ୍ବର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଏକକାଳୀନ ୬ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଭୁବନେଶ୍ବର ସ୍ଥିତ ଅଫିସ, କଟକ ସିଡିଏ ସ୍ଥିତ ତିନି ମହଲା ଘର, କଟକ ସାଲେପୁର ସମ୍ପତିପାଟଣା ସ୍ଥିତ ଘର, କଟକ ସାଲେପୁର ସମ୍ପତିପାଟଣା ସ୍ଥିତ ତାଙ୍କ ବନ୍ଧୁଙ୍କ ଘର, ଜଟଣୀ କଣ୍ଟିଲୋ ସ୍ଥିତ ଫ୍ଲାଟ୍‌, ଜଗତସିଂହପୁର କୁଜଙ୍ଗ ସ୍ଥିତ ପୈତୃକ ଘରେ ଚାଲିଛି ଚଢାଉ । ଭୁବନେଶ୍ବର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶରେ ଚାଲିଛି ରେଡ୍ । ଏହି ଚଢାଉରେ ୩ ଜଣ ଡିଏସ୍‌ପି, ୧୧ ଜଣ ଇନସ୍ପେକ୍ଟର, ୨ ଜଣ ସବ୍‌ ଇନସ୍ପେକ୍ଟର, ୫ ଜଣ ASI ଏବଂ ଅନ୍ୟ କର୍ମଚାରୀ ସାମିଲ ରହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।