ଅପରାଧ ରାଜ୍ୟ

ବସ୍‌କୁ ପଛପଟୁ ପିଟିଲା କଣ୍ଟେନର, ଏକାଧିକ ଯାତ୍ରୀ ଆହତ

ଜଳେଶ୍ୱର ୧୩।୧୦: ବସ୍‌କୁ ପଛ ପଟୁ ପିଟିଲା କଣ୍ଟେନର । ଏହି ଦୁର୍ଘଟଣାରେ କାହାର ମୃତ୍ୟୁ ହୋଇନଥିବା ବେଳେ କିଛି ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟରେ ଏହି ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ବସ୍‌ଟି ପଶ୍ଚିମବଙ୍ଗ ବୀରଭୂମି ଜିଲ୍ଲା ମୁରାରୋଇ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଆସୁଥିଲା । ହେଲେ ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣ ନାଥ ଟୋଲ୍‌ ପ୍ଲାଜା ନିକଟରେ ଏକ କଣ୍ଟେନର ଏହି ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଇଥିଲା । ଯାହାଫଳରେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ଏପିରିକି ବସର ପଛ ସିଟରେ ବସିଥିବା ୩ ଯାତ୍ରୀ ଚାପି ହୋଇଯାଇଥିବା ଜଣାପଡିଛି । ଅନ୍ୟ ଯାତ୍ରୀ ସୁରକ୍ଷିତ ଥିବା ବେଳେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।