ରାଜନୀତି ରାଶିଫଳ

କଂଗ୍ରେସର ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା: ବାଦ୍ ପଡ଼ିଲେ ବିଧାୟକ ମହମ୍ମଦ ମୋକିମ

ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ୩୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି। ଏହି ତାଲିକାରେ ଓଡ଼ିଶା ପ୍ରଭାରୀ ଚେଲା କୁମାର, ସହପ୍ରଭାରୀ ରୁଦ୍ର ରାଜୁ ଓ ପିସିସି ସଭାପତି ଶରତ ପଟ୍ଟନାୟକ ସ୍ଥାନ ପାଇଛନ୍ତି।
ଏଥିରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା ଓ ପ୍ରସାଦ ହରିଚନ୍ଦନଙ୍କ ନାଁ ମଧ୍ୟ ରହିଛି। ସେହିପରି ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ଭକ୍ତ ଦାସ, ଗଣେଶ୍ବର ବେହେରା, ସାଂସଦ ସପ୍ତଗିରି ଉଲ୍ଲାକା, ଶରତ ରାଉତ, ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି ଓ ସନ୍ତୋଷ ସିଂ ସାଲୁଜା ପ୍ରମୁଖଙ୍କୁ ବି ସାମିଲ କରାଯାଇଛି। ଏହାଛଡ଼ା ସେବାଦଳର ଅଧ୍ୟକ୍ଷ ଡକ୍ଟର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ମହିଳା ମୋର୍ଚ୍ଚା ସଭାନେତ୍ରୀ ବନ୍ଦିତା ପରିଡ଼ା ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି ଡକ୍ଟର ସ୍ମୃତିରଞ୍ଜନ ଲେଙ୍କାଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ମିଳିଛି। ଏମାନେ ସମସ୍ତେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ପ୍ରଚାର କରିବେ।

ତେବେ କଂଗ୍ରେସ ପକ୍ଷରୁ ଜାରି କରାଯାଇଥିବା ଷ୍ଟାର ପ୍ରଚାରକ ତାଲିକାରେ ଦଳର ମୋଟ୍ ୮ ବିଧାୟକଙ୍କୁ ସାମିଲ କରାଯାଇଥିବା ବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନାଁ ନାହିଁ। ଏହା ଚର୍ଚ୍ଚାର ବିଷୟ ହୋଇଛି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ସଫଳତା ହାସଲ କରିବା ଲାଗି ତତ୍ପର ରହିବେ। ଆପଣଙ୍କ ଯାତ୍ରା ଲାଭଦାୟକ ସାବ୍ୟସ୍ତ ହେବ। ଗବେଷଣାରୁ ନୂଆ ତଥ୍ୟ ପାଇବେ। ବୃଷ: ମନ୍ଦିରକୁ ଠାକୁର ଦର୍ଶନ