ଅପରାଧ ରାଜ୍ୟ

ଲମତାପୁଟ ପୋଲିସକୁ ବଡ଼ ସଫଳତା: ୨୨ ଲକ୍ଷର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ଲମତାପୁଟ ୨୪/୧୦: ପୁଣି ଲମତାପୁଟ ପୋଲିସ୍ କୁ ବଡ଼ ସଫଳତା । ବାଲେଲ ଗ୍ରାମରେ ଜଣକ ଘର ଭିତରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଛିତ ରଖି ପ୍ରସ୍ତୁତି ଚାଲିଥିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ୍ କରିଛି ପୋଲିସ ।

ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ଵରେ ଲମତାପୁଟ ପୋଲିସ ବାଲେଲ ଗ୍ରାମରେ ଚଢାଉ କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ଦେଖି ଅନ୍ଧାରର ଶୁଜଗ ନେଇମାଫିଆ ଫେରାର ହୋଇଯାଇଥିଲେ । ଗଛିତ ରଖିଥିବା ୧୦ଟି ବସ୍ତାରେ ପ୍ରାୟ ଦୁଇ କୁଇଁଣ୍ଟାଲ ବାଇଶି କେଜି ଗଂଜେଇ ଥିବା ବେଳେ ଏହାର ମୂଲ୍ୟ ପ୍ରାୟ ବାଇଶି ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି ।

ଏହି ଗଞ୍ଜେଇ ବାହାର ରାଜ୍ୟକୁ ଚୋରା ଚାଲାଣ ପାଇଁ ରଖିଥିବା ଏବଂ ସ୍ଥାନୀୟ ଯୁବକ ସମ୍ପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଛି । ଏହି ଗଞ୍ଜେଇ ଚୋରା ଚାଲାଣରେ ସଂପୃକ୍ତ ଥିବା ଘର ମାଲିକଙ୍କ ନାମ ଗୋପନ ରଖିଛି ପୋଲିସ ଏବଂ ସେମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରିବା ପାଇଁ ପୋଲିସ ଉଦ୍ୟମ ଆରମ୍ଭ କରିଥିବା ସୂଚନା ଦେଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।