ଅପରାଧ ରାଜ୍ୟ

ବାଇକ୍ ଓ ପିକ୍‌ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ଦୁଇ ମୃତ

ସାଲେପୁର ୨୭/୧୦: ବୁଧବାର ବିଳମ୍ବିତ ରାତିରେ କଟକ ଚାନ୍ଦବାଲି ରାସ୍ତାର ଜଗତପୁର ଥାନା କାଜିବଜାର ନିକଟରେ ବାଇକ୍ ଓ ପିକ୍‌ ଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା । ଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ମୁତାବକ ସତ୍ୟଭାମାପୁର ଗ୍ରାମର ୫୯ ବର୍ଷୀୟ ଅନୁପ ସାମଲ ଓ ତାଙ୍କ ୪୦ ବର୍ଷୀୟ ଝିଅ ଅଞ୍ଜଳି ସ୍ୱାଇଁ ଉଭୟ ବାଇକ୍ ରେ ରାତ୍ରି ପ୍ରାୟ ତିନିଟା ସମୟରେ ରେଲୱେ ଷ୍ଟେସନ ଯାଉଥିଲେ । ଏତିକି ବେଳେ କଟକ ପଟୁ ଆସୁଥିବା ପିକ୍ ଅପ୍ ଭ୍ୟାନ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ।

ଖବର ପାଇ ପାଗା ଫାଣ୍ଡି ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଉଭୟ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କଟକ ବଡ଼ ଡ଼ାକ୍ତରଖାନାକୁ ପଠାଇଥିଲେ । ହେଲେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ । ଗାଡ଼ି ଦୁଇଟିକୁ ପୋଲିସ ଜବତ୍ କରି ତଦନ୍ତ କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।