ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର ୨୮।୧୦: ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ । ଭୁବନେଶ୍ୱର RWSS ଅତିରିକ୍ତ ଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଖୋର୍ଦ୍ଧା, ଭୁବନେଶ୍ୱର, ସମ୍ବଲପୁର, ବରଗଡ଼ ଆଦି ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ । ଏହି ଚଢାଉରେ ତାଙ୍କ ବାସଭବନ , ଅଫିସ ଏବଂ ସଂପର୍କୀୟଙ୍କ ଘର ସାମିଲ ରହିଛି ।

ତେବେ ଭୁବନେଶ୍ୱର ସ୍ପେଶାଲ ଭିଜିଲାନ୍ସ ଜଜ୍‌ଙ୍କ ନିର୍ଦ୍ଦେଶରେ ଚାଲିଛି ଚଢାଉ । ଏହି ଚଢାଉରେ ପାଞ୍ଚ ଜଣ ଡିଏସ୍‌ପି, ୧୨ ଇନ୍‌ସପେକ୍ଟର, ୧୧ ଏଏସଆଇ ସାମିଲ ରହିଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସବିଶେଷ ତଥ୍ୟ ହାସଲ ହୋଇନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।