କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ନୂଆବର୍ଷ ପୂର୍ବରୁ ଖୋଲିପାରେ ଶ୍ରୀମନ୍ଦିର, ଭକ୍ତଙ୍କ ପାଇଁ ଲାଗୁ ହେବ ସ୍ବତନ୍ତ୍ର ଏସଓପି

ପୁରୀ ୨୪।୧୧: ନୂଆବର୍ଷ ପୂର୍ବରୁ ଖୋଲିପାରେ ଶ୍ରୀମନ୍ଦିର । ଡିସେମ୍ବର ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିପାରେ ଶ୍ରୀମନ୍ଦିର । ଏନେଇ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ଏସଓପି ଜାରି କରାଯିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି ।

ଅନ୍ୟପଟେ ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପାଇଁ ଅନୁଷ୍ଠିତ ହୋଇଥିଲା ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ନାଗାର୍ଜୁନ ବେଶରେ ସମସ୍ତ ସେବାୟତ ସହଯୋଗ କରିବେ । ରାତିରେ ବେଶ ସମୟରେ ପୋଲିସ ବ୍ୟବସ୍ଥା ରହିବ । ନାଗାର୍ଜୁନ ବେଶ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରହିବ । ଅବଢା ଯୋଜନାରେ ହେବାକୁ ଥିବା ଜଗନ୍ନାଥ ବଲ୍ଲଭ ସଂଗ୍ରହାଳୟରେ ରହିବ । ଏଥିପାଇଁ ଅନଲାଇନ ଦର୍ଶନ ବନ୍ଦ ରହିବ । ପତିତପାବନଙ୍କର ନାଗାର୍ଜୁନ ବେଶ ହେବନାହିଁ ।

ବେଶ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ । କୌଣସି ଭକ୍ତ ସେବାୟତ ବେଶରେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସେପଟେ ନାଗାର୍ଜୁନ ବେଶ ଦିନ ଭକ୍ତମାନେ ପତିତପାବନଙ୍କ ଦର୍ଶନ କରିପାରିବେ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ବୈଠକରେ ପୁରୀ ଜିଲ୍ଲାପାଳ, ଏସପି ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,