ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ ସ୍ପେଶାଲ ରିପୋର୍ଟ

ପୁରୀରେ ହେବ ବିମାନବନ୍ଦର ! ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ପୁରୀ ୧।୧ : ଓଡିଶା ସରକାରଙ୍କ ଫୋକସରେ ରହିଛି ପୁରୀ । ଗତ ଏକ ବର୍ଷ ଧରି ପୁରୀରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି । ଶ୍ରୀକ୍ଷେତ୍ରକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ସ୍ଥାନ ଦେବାକୁ ରାଜ୍ୟ ସରକାର ଦିନରାତି କସରତ କରୁଛନ୍ତି । ଏହାମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ଓ ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଏବେ ସରକାର ପାଗ ଭିଡିଛନ୍ତି । ଗମନାଗମନକୁ ଆହୁରି ସରଳ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁକ୍ରାବର ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି । ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଚିଠିରେ ଉଲ୍ଲେଖ ରହିଛି ।

ଭାରତର ପ୍ରସିଦ୍ଧ ଚାରି ଧାମ ମଧ୍ୟରୁ ପୁରୀ ଧାମକୁ ସାରା ବିଶ୍ବରୁ ଲୋକେ ଆସୁଛନ୍ତି। ୟୁନେସ୍କୋ ବିଶ୍ବ ଐତିହ୍ୟସ୍ଥଳୀ କୋଣାର୍କ ପୁରୀରୁ ମାତ୍ର ୩୫ କିମି ଦୂରରେ ରହିଛି। ସାଂସ୍କୃତିକ, ଆର୍ଥିକ, ପର୍ଯ୍ୟଟନ ହବ୍ ହେବା ପାଇଁ ପୂରୀରେ ଅପୂର୍ବ ସୁଯୋଗ ରହିଛି । ଏହାକୁ ଆଖିରେ ରଖି ବିମାନବନ୍ଦର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେଇଛନ୍ତି ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ