ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୦୫ କୋଭିଡ୍ ସଂକ୍ରମିତ, ୩୨୯୩୦୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୩୦।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୩୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରପୁଟ ଜିଲ୍ଲାରୁ ଜଣେ , ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୬ଜମ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୩୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୭୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୧୫୪୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ