ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଟିକାକରଣର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଟିକା ନେଇଥିବା ସମସ୍ତଙ୍କ ସୁସ୍ଥତା କାମନା କଲେ

ଭୁବନେଶ୍ବର ୧୬।୧: ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଛି । ରାଜ୍ୟରେ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ବାସ୍ଥ୍ୟକର୍ମୀଙ୍କ ସହ ମଧ୍ୟ କଥା ହୋଇଛନ୍ତି ନବୀନ ପଟ୍ଟନାୟକ । ବିଭିନ୍ନ କେନ୍ଦ୍ରରେ କିଭଳି ଟିକାକରଣ ଚାଲିଛି ସେ ନେଇ ପଚାରି ବୁଝିଛନ୍ତି । ଟିକା ନେଇଥିବା ସମସ୍ତଙ୍କ ସୁସ୍ଥତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ‘୧୦ ମାସ ହେଲା କୋଭିଡ୍ ଯୋଦ୍ଧାମାନେ ସଂଗ୍ରାମ ଜାରି ରଖିଛନ୍ତି । ସେମାନଙ୍କ ତ୍ୟାଗକୁ ଭୁଲି ହେବନାହିଁ ।

ରାଜ୍ୟରେ ୧୬୧ଟି ଟିକାକରଣ କେନ୍ଦ୍ର କରାଯାଇଛି । ରାଜ୍ୟ ସମସ୍ତ ଜିଲ୍ଲା ଓ ରାଜଧାନୀର ୬ଟି ସ୍ଥାନରେ ଟିକା ଦିଆଯାଉଛି । ପୂର୍ବରୁ ଭୁବନେଶ୍ବରରେ ୫ଟି କେନ୍ଦ୍ର କରାଯାଇଥିବା ବେଳେ ବର୍ତ୍ତମାନ ଏମ୍ସ ହସ୍ପିଟାଲ ସାମିଲ କରାଯାଇଛି । ରାଜ୍ୟକୁ କୋଭିସିଲ୍ଡର ୪ ଲକ୍ଷ ୮ହଜାର ଡୋଜ୍ ଆସିଥିବା ବେଳେ ୨୦ ହଜାର କୋଭାକ୍ସିନର ଡୋଜ୍ ଆସିଛି ।

ପ୍ରଥମ ଦିନରେ ୧୬୧୦୦ ଜଣଙ୍କୁ ଟିକା ଦିଆଯାଉଛି । ବିଏମସି ଅଧିନରେ ଥିବା ମେଡିକାଲରେ କୋଭାକ୍ସିନ ଦିଆଯାଉଛି । ପ୍ରଥମ ଦଫାରେ ଲକ୍ଷେ ୯୨ ହଜାର ଜଣ ଟିକା ନେବେ । ପ୍ରଥମେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଥିବା ବେଳେ ପରେ ପୋଲିସ, ଫାୟାର ସର୍ଭିସ, ମ୍ୟୁନିସିପାଲଟି କର୍ମଚାରୀ ଟିକା ନେବେ । ତାପରେ ଅନ୍ୟମାନେ ଟିକା ପାଇବେ । ଜାନୁଆରୀ ୧୭ ତାରିଖରେ ଟିକାକରଣ ବନ୍ଦ ରହିବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତେ ଟିକା ପାଇବେ ବୋଲି ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ସେହିପରି ଟିକା ନେଇଥିବା ବ୍ୟକ୍ତି ୨୮ ଦିନ ପରେ ଦ୍ବିତୀୟ ଡୋଜ୍ ନେବେ । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ଟିକା ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ନେଇଥିବା ବେଳେ ଦ୍ଵିତୀୟରେ ହସ୍ପିଟାଲ ନିର୍ଦ୍ଦେଶକ ନେଇଛନ୍ତି ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର