ଖେଳ ଦେଶ ବିଦେଶ ରାଜ୍ୟ

ଜାତୀୟ ଯୋଗାସନ ପ୍ରତିଯୋଗିତା ମମତାଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ବର: ଭାରତୀୟ ଯୋଗ କ୍ରୀଡ଼ା ସଂଘ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଭର୍ଚୁଆଲ ଯୋଗାସନ ପ୍ରତିଯୋଗିତାରେ କିଟ୍ ବିଶ୍ବବିଦ୍ୟାଳୟ ଯୋଗ ସ୍କୁଲର ମମତା ଭୂଏ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଆୟୂଷ ମନ୍ତ୍ରାଳୟ ଭାରତ ସରକାରଙ୍କ ସହାୟତାରେ ଆୟୋଜିତ ଏହି ପ୍ରତିଯୋଗିତାରେ ମମତା ୩୦ କିଲୋଗ୍ରାମରୁ କମ୍ ବର୍ଗର ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏହି ଅନନ୍ୟ ସଫଳତା ଲାଗି କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା‌ କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରତିଯୋଗିତାରେ ଓଡ଼ିଶାର ୨୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ ‌ବୋଲି ଓଡ଼ିଶା ଯୋଗ କ୍ରୀଡ଼ା ସଂଘର ସଂପାଦକ ଗଗନେନ୍ଦୁ ଦାସ ଜଣାଇଛନ୍ତି। ସେଥିମଧ୍ୟରୁ ୫ ବାଳକ ଏବଂ ୭ ବାଳିକା ଫାଇନାଲ୍ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ଯାହା ଓଡ଼ିଶାର ଯୋଗ ଦକ୍ଷତାକୁ ଦର୍ଶାଉଛି। ସୂଚନାଯୋଗ୍ୟ ଯେ ଚଳିତ ମାସ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଜାତୀୟ ଯୋଗାସନ ପ୍ରତିଯୋଗିତାରେ ଓଡ଼ିଶା ପ୍ରଥମ ଥର ପାଇଁ ଅଂଶ ଗ୍ରହଣ କରିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ