ଅପରାଧ ରାଜ୍ୟ

ଘରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ, ସ୍ୱାମୀଙ୍କ ନାଁରେ ହତ୍ୟା ଅଭିଯୋଗ

ବାରିପଦା ୧୨।୧୧ : ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ । ସ୍ୱାମୀ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ । ବାରିପଦା ଟାଉନ୍‌ ଥାନା ହାଉସ୍କୁଲ ପାଖ ଓ୍ୱାର୍ଡ ନଂ ୪ରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମୃତ ମହିଳା ସସ୍ମିତ ଜେନା ଓ ସ୍ୱାମୀ ମନୋଜ କୁମାର ଜେନାଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା । ଏପିରିକି ମନୋଜ ନିଜ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନ ଦେଇ ଆସୁଥିଲେ । ଏବେ ତାଙ୍କୁ ମାରି ଫ୍ୟାନ୍‌ରେ ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଏନେଇ ଝିଅର ଭାଇ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଅଧିକ ତଦନ୍ତ ଜାରି ରଖିଥିବା ବେଳେ ସାଇଣ୍ଟିଫ୍‌କ ଟିମ୍‌ ପହଞ୍ଚି ପରେ ଅଧିକ ତଥ୍ୟ ମିଳିବ ବୋଲି ଆଶା କରାଯାଉଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।